ଦର୍ଶନ:

ସରଳ ଓ ଅର୍ଥପୂର୍ଣ୍ଣ ନବ ଓଡ଼ିଆ ବାଇବଲ ଦ୍ଵାରା ଲକ୍ଷ ଲକ୍ଷ ଓଡ଼ିଆ ଭାଷାବାଦୀଙ୍କର ମୁକ୍ତି ଓ ଜୀବନ ପରିବର୍ତ୍ତନ

କାର୍ଯ୍ୟ:

ଈଶ୍ଵରଙ୍କ ଜୀବନ୍ତ ବାକ୍ୟ (ବାଇବଲ)କୁ ସଠିକ ଓ ସ୍ପଷ୍ଟ ଭାବରେ, ପ୍ରଚଳିତ ସରଳ ଓଡ଼ିଆ ଭାଷାରେ ଅନୁବାଦ କରିବା, ଯେପରି ତାହା ପାଠ କରି ବା ଶୁଣି, ଏପରିକି ବିଶେଷ ପାଠ ପଢ଼ି ନ ଥିବା

, ସୁସମାଚାର ଶୁଣି ନ ଥିବା କିମ୍ବା ଖ୍ରୀଷ୍ଟ ବିଶ୍ଵାସୀମାନଙ୍କ ସହଭାଗିତାକୁ ଯାଇ ନ ଥିବା ଲୋକମାନେ ମଧ୍ୟ ବୁଝି ପାରିବେ।

ଘୋଷଣା:

ଆମ୍ଭେମାନେ ସ୍ୱୀକାର କରୁଅଛୁ ଯେ, କୌଣସି ବାଇବଲ ଅନୁବାଦ ନିର୍ଭୁଲ କିମ୍ବା ଅନ୍ତିମ ନୁହେଁ; କିନ୍ତୁ, ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ନିଜର ସମ୍ମାନ ଓ ଗୌରବ ନିମନ୍ତେ ଏପରି ବିଷୟଗୁଡ଼ିକୁ ମଧ୍ୟ ବ୍ୟବହାର କରିଥାଆନ୍ତି, ଯେଉଁଗୁଡ଼ିକ ଦୁବର୍ଳ ଅଟେ ଓ ସିଦ୍ଧ ନୁେହଁ। ଏଠାରେ ଆମ୍ଭେମାନେ କହିରଖୁଅଛୁ ଯେ, ଓଡ଼ିଆ ଭାଷାର ପରିବର୍ତ୍ତନ ଘଟୁଥିବା ବିଷୟଗୁଡ଼ିକ ଅନୁସାରେ, ଅନୁବାଦ କରାଯାଇଥିବା ଶାସ୍ତ୍ରାଂଶଗୁଡ଼ିକୁ ଆବଶ୍ୟକ ଅନୁସାରେ ସଂଶୋଧନ କରି ଉତ୍ତମମାନର ଅନୁବାଦ କରିବାକୁ ନବ ବାଇବଲ ଅନୁବାଦ ଦଳ ସବର୍ଦା ଚେଷ୍ଟା କରୁଅଛି। ଅନୁବାଦକ, ଅନୁବାଦ ପରାମଶର୍ଦାତା, ଲେଖା ପାଠକ ବା ସମୀକ୍ଷକ ଇତ୍ୟାଦି ବ୍ୟକ୍ତିବିଶଷଙ୍କ ନାମ TILL-NOBO କାର୍ଯ୍ୟାଳୟର ଅଭିେଲଖାଗାରରେ ଉପଲବ୍ଧ ଅଟେ।

 

 

ନବ ଲୂକ ସୁସମାଚାର “ଆଦର୍ଶ ମନୁଷ୍ୟ” ପ୍ରକାଶ ପାଇଅଛି

ଅଧିକ ଜାଣିବା ପାଇଁ ଏଠାରେ କ୍ଳିକ୍ କରନ୍ତୁ

Verse of the day

ଆଗ କାଳରେ ଭିନ୍ନ ଭିନ୍ନ ସମୟରେ ଓ ଭିନ୍ନ ଭିନ୍ନ ଉପାୟରେ ଈଶ୍ୱର ତାହାଙ୍କର ଇଛା ଅନୁସାରେ ଜୀବନ କାଟିବାକୁ ଭବିଷ୍ୟତବକ୍ତାମାନଙ୍କ ଦ୍ୱାରା ଆମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଶିକ୍ଷାଦେଲେ। କିନ୍ତୁ ଏହି ଶେଷ କାଳରେ ଈଶ୍ୱର ତାହାଙ୍କର ଇଛା ନିଜ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜଣାଇଅଛନ୍ତି। ଯେଉଁ ପୁତ୍ରଙ୍କୁ ସେ ତାହାଙ୍କର ସମସ୍ତ ବିଷୟର ଉତ୍ତରାଧିକାରୀ କରିଅଛନ୍ତି ଓ ତାହାଙ୍କ ଦ୍ୱାରା ଈଶ୍ୱର ଏହି ସାରା ଜଗତକୁ ସୃଷ୍ଟି ମଧ୍ୟ କରିଅଛନ୍ତି।

ଏବ୍ରୀ 1:1
ଅନ୍ୟକୁ ପଠାନ୍ତୁ

Your encouragement is valuable to us

Your stories help make websites like this possible.